ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ପାଳିତ ହେଉଛି ଆଇକନିକ୍ ସପ୍ତାହ
ସ୍ୱାଧୀନତାର ଅମୃତ ମହୋତ୍ସବ ଏବଂ ନେତାଜୀ ସୁଭାଷ ଚନ୍ଦ୍ର…
ଆସନ୍ତା ୨୦ ତାରିଖ ସକାଳ ସାଢ଼େ ୬ଟାରୁ ସାଢ଼େ ୭ଟା ପର୍ଯ୍ୟନ୍ତ ହାଇକୋର୍ଟ ଠାରୁ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜନ୍ମସ୍ଥାନ ପର୍ଯ୍ୟନ୍ତ ପ୍ରଭାତ ଫେରି କାର୍ଯ୍ୟକ୍ରମ ଆୟୋଜନ କରାଯିବ। ଏଥିରେ ସିଆରପିଏଫ, ଆଇଟିବିପି ଏବଂ ସ୍କୁଲ ଛାତ୍ରଛାତ୍ରୀ ସାମିଲ ହେବେ। ସେହିପରି ସକାଳ ସାଢ଼େ ୭ଟା ଠାରୁ ସାଢ଼େ ୮ଟା ପର୍ଯ୍ୟନ୍ତ ହାଇକୋର୍ଟରୁ ନେତାଜୀଙ୍କ ଜନ୍ମସ୍ଥାନ ପର୍ଯ୍ୟନ୍ତ ଗଣଦୌଡ଼ ଆୟୋଜନ କରାଯିବ। ଏଥିରେ ମଧ୍ୟ ସିଆରପିଏଫ ଓ ଆଇଟିବିପି ଯବାନ, ସାଧାରଣ ନାଗରିକ ଓ ସ୍କୁଲ ଛାତ୍ରଛାତ୍ରୀମାନେ ଅଂଶଗ୍ରହଣ କରିବେ । ଏହାଛଡ଼ା ସମାନ ସ୍ଥାନରେ ସକାଳ ସାଢ଼େ୯ଟାରୁ ସାଢ଼େ ୧୦ଟା ପର୍ଯ୍ୟନ୍ତ ସାଇକେଲ ରାଲି ଆୟୋଜନ କରାଯିବ।
ଅନ୍ୟପକ୍ଷରେ ଖୋର୍ଦ୍ଧାସ୍ଥିତ ଆଇଟିବିପି ଶିବିର ଏବଂ ଭୁବନେଶ୍ବରସ୍ଥିତ ସିଆରପିଏଫ ଗ୍ରୁପ କେନ୍ଦ୍ର ଠାରେ ବୃକ୍ଷରୋପଣ କାର୍ଯ୍ୟକ୍ରମ ଆୟୋଜନ କରାଯିବ। କଟକ ଷ୍ଟିୱ।ର୍ଟ କଲେଜ ପରିସରରେ ସକାଳ ୧୦ଟାରୁ ୧୧ଟା ପର୍ଯ୍ୟନ୍ତ ରକ୍ତଦାନ ଶିବିର ଆୟୋଜନ କରାଯିବ। ଅପରାହ୍ନ ୫ଟାରେ କଟକ ସାରଳା ଭବନ ପରିସରରେ ଆଇଟିବିପି ଏବଂ ସିଆରପିଏଫ ପକ୍ଷରୁ ସହିଦଙ୍କ ପରିବାର ବର୍ଗଙ୍କୁ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ଆୟୋଜନ କରାଯିବ। ଏଠାରେ ସାଢ଼େ ୫ଟାରେ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜନ କରାଯିବ। କଟକର ନେତାଜୀ ଜନ୍ମସ୍ଥାନ ସଂଗ୍ରହାଳୟରେ ଡାକ ଟିକଟ ପ୍ରଦର୍ଶନୀ ଏବଂ ନେତାଜୀଙ୍କ ଜୟନ୍ତୀ ଉପରେ ଡାକ ଟିକଟ ଉନ୍ମୋଚନ କରାଯିବ। ସେହିପରି ଯୁଦ୍ଧାସ୍ତ୍ର ପ୍ରଦର୍ଶନୀ ମଧ୍ୟ ଆୟୋଜନ କରାଯିବ। କଟକସ୍ଥିତ ଓଡ଼ିଶା ସାହିତ୍ୟ ଏକାଡେମୀ ଠାରେ କବିତା ପାଠୋତ୍ସବ ଅନୁଷ୍ଠିତ ହେବ।
ଚଳିତ ବର୍ଷ ନେତାଜୀ ଜୟନ୍ତୀ ସମାରୋହକୁ ଜନଭାଗିଦାରୀ ମାଧ୍ୟମରେ ଦେଶବ୍ୟାପୀ ବ୍ୟାପକ ଆକାରରେ ଆୟୋଜନ କରିବା ଲାଗି ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଯୋଜନା କରାଯାଇଛି । ଏହି କାର୍ଯ୍ୟକ୍ରମରେ ଅଧିକରୁ ଅଧିକ ଜନସାଧାରଣ ସାମିଲ ହେବାକୁ ମନ୍ତ୍ରଣାଳୟ ପକ୍ଷରୁ ଆହ୍ବାନ କରାଯାଇଛି।