ଇସଲାମାବାଦ : ପାକିସ୍ତାନରେ ଲାଗି ରହିଥିବା ରାଜନୈତିକ ସଙ୍କଟ ମଧ୍ୟରେ ନୂଆ ଟ୍ୱିଷ୍ଟ ଆଣିଲେ ସୁପ୍ରିମକୋର୍ଟ । ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ଲାଗିଛି ଡବଲ ଝଟକା । ଇମ୍ରାନଙ୍କ ବିରୋଧରେ ଆସିଥିବା ଅନାସ୍ଥା ପ୍ରସ୍ତାବକୁ ଉପ-ବାଚସ୍ପତିଙ୍କ ଖାରଜ ନିଷ୍ପତ୍ତିକୁ ଅସାମ୍ବିଧାନିକ କହିବା ସହ ରଦ୍ଦ କରିଛନ୍ତି ସର୍ବୋଚ୍ଚ କୋର୍ଟ । ନିଷ୍ପତ୍ତି ରଦ୍ଦ ହେବା ସହ ପୁଣିି ଥରେ ସଂସଦରେ ଅନାସ୍ଥା ପ୍ରସ୍ତାବ ଉପରେ ଭୋଟିଂ ହେବା ନେଇ ତାରିଖ ସ୍ଥିର କରାଯାଇଛି ।
ଅନ୍ୟପକ୍ଷରେ ସୁପ୍ରିମକୋର୍ଟ କହିଛନ୍ତି ଯେ, ପ୍ରଧାନମନ୍ତ୍ରୀ ସମ୍ବିଧାନିକ ବ୍ୟବସ୍ଥାର ଅଧୀନ । ତେଣୁ ସେ ସଂସଦ ଭଙ୍ଗ କରିବା ପାଇଁ ରାଷ୍ଟ୍ରପତିଙ୍କୁ ସୁପାରିଶ ଦେଇପାରିବେ ନାହିଁ । ଅନାସ୍ଥା ଭୋଟିଂ ଖାରଜ ହେବା ସହ ସଂସଦ ଭଙ୍ଗ ହେବା ନିଷ୍ପତ୍ତି ସମ୍ପୂର୍ଣ୍ଣ ଅସାମ୍ବିଧାନିକ ଦର୍ଶାଇ ପୁଣିଥରେ ଭୋଟିଂ କରିବାକୁ ନିର୍ଦ୍ଦେଶ ଦେଇଥିବା ଜଣାପଡିଛି ।