ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ମହାମାରୀ ସଂକ୍ରମଣସଂଖ୍ୟା ୪୮,୪୮ ହଜାର ୭୮୬ ଥିବା ବେଳେ ମୃତ୍ୟୁସଂଖ୍ୟା ୧୦୦୫ ରହିଛି । ବିଭିନ୍ନ ରାଜ୍ୟରେ ଲାଗୁ କରାଯାଇଥିବା କଟକଣାର ଫଳସ୍ୱରୂପ ଦେଶରେ ଧିରେଧିରେ କରୋନା ନିମ୍ନମୁଖୀ ହେବାରେ ଲାଗିଛି ।
କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ତଥ୍ୟ ଅନୁସାରେ,ଦେଶରେ ୨୪ ଘଣ୍ଟା ମଧ୍ୟରେ ୪୮ ହଜାର ୭୮୬ ଜଣ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୧,୦୦୫ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍ ସଂକ୍ରମଣ ମାମଲା ୩,୦୪,୧୧,୬୩୪ ଓ ମୃତ୍ୟୁସଂଖ୍ୟା ୩,୯୯,୪୫୯ରେ ପହଞ୍ଚିଛି।
ସେହିଭଳି, ଗତ ୨୪ ଘଣ୍ଟା ମଧ୍ୟରେ ୬୧,୫୮୮ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୨ କୋଟି ୯୪ ଲକ୍ଷ ୮୮ ହଜାର ୯୧୮ ରେ ପହଞ୍ଚିଛି।
କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ୩୩,୫୭,୧୬,୦୧୯ଜଣ ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ‘ଆଇସିଏମ୍ଆର୍’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ଜୁନ୍ ୩୦ ତାରିଖ ସୁଦ୍ଧା ସମୁଦାୟ ୪୧,୨୦,୨୧,୪୯୪ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୧୯,୨୧,୪୫୦ଟି ନମୁନା।