୨୪ ଘଣ୍ଟାରେ ଭାରତରେ ୨୦,୭୯୯ କୋଭିଡ୍‌ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ବ୍ୟାପିବା ଦିନ ଠାରୁ ଆଜି ଦୈନିକ ସଂକ୍ରମଣ ସଂଖ୍ୟା ୨୦,୭୯୯ ଥିବା ବେଳେ ମୃତ୍ୟୁସଂଖ୍ୟା ୧୮୦ ରହିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ରବିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨୦,୭୯୯ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୧୮୦ ମୃତ୍ୟୁ ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩,୩୮,୩୪,୭୦୨ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ ହୋଇଥିବା ୧୮୦ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୪,୪୮,୯୯୭ରେ ପହଞ୍ଚିଛି।