ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୨ହଜାର ୮୫୮ କରୋନା ଆକ୍ରାନ୍ତ ଚିହ୍ନଟ

ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୨ହଜାର ୮୫୮ କରୋନା ଆକ୍ରାନ୍ତ….

ନୂଆଦିଲ୍ଲୀ: ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୨ହଜାର ୮୫୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କରୋନାରୁ ଗୋଟିଏ ଦିନରେ ୩ହଜାର ୩୫୫ଜଣ ସଂକ୍ରମିତ ସୁସ୍ଥ ​‌ହୋଇଛନ୍ତି । ସେହପରି ଗୋଟିଏ ଦିନରେ କରୋନା ଯୋଗୁ ଆଉ ୧୧ ଜଣଙ୍କ ମୃତ୍ୟୁ ହୋଇଛି । ସଂକ୍ରମଣ ତୁଳନାରେ ଦେଶରେ ସୁସ୍ଥତା ହାର ମଧ୍ୟ ବୃଦ୍ଧି ପାଇଛି । ଯାହା ଫଳରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ଦେଶରେ ସମାନ୍ୟ ହ୍ରାସ ପାଇଛି ।  ଆଜିର ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ମୋଟ୍‌ କରୋନା ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧୮ ହଜାର ୯୬ରେ ପହଞ୍ଚିଛି । ସ୍ୱାସ୍ଥ୍ୟ ବିଭାଗର ରିପୋର୍ଟ ଅନୁଯାୟୀ ଦେଶରେ ଦୈନିକ ପଜିଟିଭିଟି ହାର ୦.୫୯% ରହିଛି । ଏଯାଏ ଦେଶରେ କରୋନାରୁ ମୋଟ୍‌ ୪,୨୫,୭୬,୮୧୫ଜଣ ସୁସ୍ଥ ହୋଇଥିବା ବେଳେ ମୋଟ୍‌ ୫,୨୪,୨୦୧ ଜଣଙ୍କ ମୃତ୍ୟୁ ହୋଇଛି ।