ନୂଆଦିଲ୍ଲୀ: ଦେଶରେ କରୋନା ସଂକ୍ରମଣ ହ୍ରାସ ପାଇବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୩୪,୪୫୭ ନୂଆ କୋରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୨୩ ଲକ୍ଷ ୯୩ ହଜାର ୨୮୬କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୩୭୫ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି। ଫଳରେ ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୩୩ ହଜାର ୯୬୪କୁ ବୃଦ୍ଧି ପାଇଛି। ସେହିଭଳି, ଗତ ୨୪ ଘଣ୍ଟା ମଧ୍ୟରେ ୩୬,୩୪୭ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତା ସଂଖ୍ୟା ୩,୧୫,୯୭,୯୮୨ରେ ପହଞ୍ଚିଛି।