ଗତ ୨୪ ଘଣ୍ଟାରେ ଦେଶରେ ୨ ଲକ୍ଷ ୩୪ ହଜାର କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଦିନକୁ ଦିନ ରେକର୍ଡ ସୃଷ୍ଟି କରୁଛି ମହାମାରୀ କରୋନା। ଦେଶରେ ଦ୍ରୁତ ଗତିରେ ମାଡି ଚାଲିଛି କରୋନା ଆକ୍ରାନ୍ତ ସଂଖ୍ୟା। ଗତ ୨୪ ଘଣ୍ଟାରେ ଦେଶରେ ପୁଣି ରେକର୍ଡ ସଂଖ୍ୟକ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ିଛି। ଦିନକରେ ଦେଶରେ ୨ ଲକ୍ଷ ୩୪ ହଜାର ୬୯୨ ଜଣ ଆକ୍ରାନ୍ତ ହୋଇଛନ୍ତି ଏବଂ ୧୩୪୧ କରୋନାରେ ଆକ୍ରାନ୍ତ ହୋଇ ପ୍ରାଣ ହରାଇଛନ୍ତି। ଗତ ୨୪ ଘଣ୍ଟାରେ ୧ ଲକ୍ଷ ୨୩ ହଜାର ୩୫୪ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ନେଇ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜିର ନୂଆ ମାମଲାକୁ ମିଶାଇ ଦେଶରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧ କୋଟି ୪୫ ଲକ୍ଷ ୨୬ ହଜାର ୬୦୯ରେ ପହଞ୍ଚିଛି। ସେହିପରି କରୋନା ଜନିତ ସମୁଦାୟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୭୫ ହଜାର ୬୪୯କୁ ବୃଦ୍ଧି ପାଇଛି।  ୧ କୋଟି ୨୬ ଲକ୍ଷ ୭୧ ହଜାର ୨୨୦ ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ଦେଶରେ ୧୬ ଲକ୍ଷ ୭୯ ହଜାର ୭୪୦ଟି ଆକ୍ଟିଭ କେସ୍‌ ରହିଛି।