ନୂଆଦିଲ୍ଲୀ : ଦେଶରେ କରୋନା ସଂକ୍ରମଣ ପୁଣି ବୃଦ୍ଧି ପାଇବାରେ ଲାଗିଛି । ଦିନକରେ ଆଉ ୧୮,୮୧୫ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏଥି ସହ ମୋଟ ସଂକ୍ରମିତଙ୍କ ସଂଖ୍ୟା ୪ କୋଟି ୩୫ ଲକ୍ଷ ୮୫ ହଜାର ୫୫୪କୁ ବୃଦ୍ଧି ପାଇଛି । ସେହିପରି ଗତ ୨୪ ଘଣ୍ଟା ମଧ୍ୟରେ ୧୫,୮୯୯ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଫଳରେ ଦେଶରେ ମୋଟ ଆରୋଗ୍ୟ ସଂଖ୍ୟା ୪ କୋଟି ୨୯ ଲକ୍ଷ ୩୭ ହଜାର ୮୭୬ରେ ପହଞ୍ଚିଛି । ଦେଶରେ କରୋନା ଆରୋଗ୍ୟ ହାର ୯୮.୫୧% ରହିଛି।