ଖୁବଶୀଘ୍ର ସ୍ୱାଭାବିକ ହେବ ଅନ୍ତର୍ଜାତୀୟ ବିମାନ ଚଳାଚଳ!

ନୂଆଦିଲ୍ଲୀ : ଖୁବଶୀଘ୍ର ଦେଶରେ ଅନ୍ତର୍ଜାତୀୟ ବିମାନ ଚଳାଚଳ ସ୍ୱାଭାବିକ ହେବ । ଏନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି । ଏକ ସାକ୍ଷାତକାର ଦେଇ କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରାଳୟ ସଚିବ ରାଜୀବ ବନସଲ କହିଛନ୍ତି ଚଳିତବର୍ଷ ଶେଷ ଆଡକୁ ଅନ୍ତର୍ଜାତୀୟ ବିମାନ ଚଳାଚଳ ସ୍ୱାଭାବିକ ହେବ । ଅନ୍ୟପକ୍ଷରେ କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ କହିଥିଲେ ଯେ ସରକାର ଅନ୍ତର୍ଜାତୀୟ ବିମାନ ଚଳାଚଳକୁ ସ୍ୱାଭାବିକ କରିବାକୁ ଉଦ୍ୟମ କରୁଛନ୍ତି । ଦେଶରେ କରୋନା ସଂକ୍ରମଣ ବ୍ୟାପିବା ପରେ ଗତବର୍ଷ ମାର୍ଚ୍ଚରୁ ଭାରତରୁ ଅନ୍ତର୍ଜାତୀୟ ବିମାନ ଚଳାଚଳ ବନ୍ଦ ରହିଛି । ତେବେ ୨୦୨୦ ମେ ମାସଠାରୁ ବନ୍ଦେ ଭାରତ ମିଶନ ଅଧିନରେ କେତେକ ବିମାନ ଚଳାଚଳ ହେଉଛି ଓ ୨୦୨୦ ଜୁଲାଇ ମାସଠାରୁ ଏୟାର ବବଲ ଆୟୋଜନ ମାଧ୍ୟମରେ କେତେକ ଦେଶ ସହ ସ୍ୱତନ୍ତ୍ର ବିମାନ ଚଳାଚଳ ଜାରି ରହିଛି ।