ଦୁଇ ଦିନିଆ ଭାରତ ଗସ୍ତରେ ଜାପାନ ପ୍ରଧାନମନ୍ତ୍ରୀ ଫୁମିଓ କିସିଦା

ନୂଆଦିଲ୍ଲୀ : ଦୁଇ ଦିନିଆ ଭାରତ ଗସ୍ତରେ ଆସି ଜାପାନ ପ୍ରଧାନମନ୍ତ୍ରୀ ଫୁମିଓ କିସିଦା ସୋମବାର ସକାଳେ ନୂଆଦିଲ୍ଲୀରେ ପହଞ୍ଚିଛନ୍ତି। ବିମାନ ବନ୍ଦରରେ କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଜି.କିଷନ ରେଡ୍ଡୀ ଏବଂ ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟର ଅନ୍ୟ ବରିଷ୍ଠ ଅଧିକାରୀମାନେ ତାଙ୍କୁ ସ୍ବାଗତ କରିଛନ୍ତି।