ଭୂକମ୍ପରେ ଥରିଲା ଲଦାଖ

ଭୂକମ୍ପକୁ ନେଇ ଲୋକଙ୍କ ମଧ୍ୟରେ ଏକ ଭୟର ବାତାବରଣ ସୃଷ୍ଟି ହୋଇଛି…..

ଲଦାଖ : ଲେହ-ଲଦାଖରେ ଭୂକମ୍ପ ଅନୁଭୂତ ହୋଇଛି । ଭୋର ପ୍ରାୟ ୪ଟା ୧୯ରେ ଭୂକମ୍ପ ଅନୁଭୂତ ହୋଇଥିବା ଜାତୀୟ ଭୂକମ୍ପ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି । ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲରେ ୪.୮ ରହିଥିବା ଭୂକମ୍ପ କେନ୍ଦ୍ର ସୂଚନା ଦେଇଛି । ଏହି ଭୂକମ୍ପର କେନ୍ଦ୍ରସ୍ଥଳ ଲେହ-ଲଦାଖ ଆଲଚିର ୧୮୯ କିମି ଉତ୍ତର । ଏଥିରେ କୌଣସି କ୍ଷୟକ୍ଷତି ନେଇ ସୂଚନା ମିଳିନାହିଁ । ଭୂକମ୍ପକୁ ନେଇ ଲୋକଙ୍କ ମଧ୍ୟରେ ଏକ ଭୟର ବାତାବରଣ ସୃଷ୍ଟି ହୋଇଛି ।