ମୋଦୀଙ୍କୁ ଭେଟିଲେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଓ ଉପ-ମୁଖ୍ୟମନ୍ତ୍ରୀ
ମୁଖ୍ୟମନ୍ତ୍ରୀ ଶିନ୍ଦେ ଏବଂ ଉପମୁଖ୍ୟମନ୍ତ୍ରୀ ଫଡ଼ଣବୀସ ଦୁଇଦିନିଆ ଦିଲ୍ଲୀ ଗସ୍ତରେ ଆସିଛନ୍ତି….
ନୂଆଦିଲ୍ଲୀ : ମହାରାଷ୍ଟ୍ରର ନବନିର୍ବାଚିତ ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ଏବଂ ଉପ-ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ପଡଣବୀଶ ଶନିବାର ଦିନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହିତ ସାକ୍ଷାତ କରିଛନ୍ତି । ମୁଖ୍ୟମନ୍ତ୍ରୀ ଶିନ୍ଦେ ଏବଂ ଉପମୁଖ୍ୟମନ୍ତ୍ରୀ ଫଡ଼ଣବୀସ ଦୁଇଦିନିଆ ଦିଲ୍ଲୀ ଗସ୍ତରେ ଆସିଛନ୍ତି । ମୁଖ୍ୟମନ୍ତ୍ରୀ ଶିନ୍ଦେ ମହାରାଷ୍ଟ୍ର ସଦନରେ ମହାନ ମରାଠା ଯୋଦ୍ଧା ଛତ୍ରପତି ଶିବାଜୀ ମହାରାଜ, ଭାରତୀୟ ସମ୍ବିଧାନର ନିର୍ମାତା ଡା. ବାବାସାହେବ ଆମ୍ବେଦକର ଏବଂ ମହାନ ସାମାଜିକ କ୍ରାନ୍ତିକାରୀ ମହାତ୍ମା ଜ୍ୟୋତିବା ଫୁଲେଙ୍କ ମୂର୍ତିରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।