ମିଳିତ ଜାତିସଂଘ ମୁଖ୍ୟାଳୟରେ ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତି ପ୍ରତ୍ୟେକ ଭାରତୀୟଙ୍କୁ ଗର୍ବିତ କରିବ: ପ୍ରଧାନମନ୍ତ୍ରୀ

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି, ମିଳିତ ଜାତିସଂଘ ମୁଖ୍ୟାଳୟରେ ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତି ପ୍ରତ୍ୟେକ ଭାରତୀୟଙ୍କୁ ଗର୍ବିତ କରିବ ।

ଜାତିସଂଘ ମହାସଚିବ ଆଣ୍ଟୋନିଓ ଗୁତେରେସଙ୍କ ଏକ ଟ୍ୱିଟ ପ୍ରତ୍ୟୁତ୍ତରରେ ପ୍ରଧାନମନ୍ତ୍ରୀ ଟ୍ୱିଟ କରିଛନ୍ତି;

“@UN HQରେ ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତି ପ୍ରତ୍ୟେକ ଭାରତୀୟଙ୍କୁ ଗର୍ବିତ କରିବ । ଗାନ୍ଧୀବାଦୀ ବିଚାର ଓ ଆଦର୍ଶ ଆମ ଗ୍ରହକୁ ଆହୁରି ସମୃଦ୍ଧ କରୁ ଏବଂ ନିରନ୍ତର ବିକାଶକୁ ଆଗେଇ ନେଉ ।”