ମାର୍ଚ୍ଚ ୨୦ ତାରିଖ ‘ବିଶ୍ୱ ପଖାଳ ଦିବସ’

ଭୁବନେଶ୍ୱର,(ସାକ୍‌ସୀ ନ୍ୟୁଜ୍‌): ମାର୍ଚ୍ଚ ୨୦ ତାରିଖରେ ପାଳନ ହେଉଛି ବିଶ୍ୱ ପଖାଳ ଦିବସ । ଏହି ଅବସରରେ ପ୍ରତ୍ୟେକ ଓଡ଼ିଆଙ୍କୁ ପଖାଳ, ବଡି ଚୁରା ସହ ବିଭିନ୍ନ ପ୍ରକାରର ସୁସ୍ୱାଦୁ ବ୍ୟଞ୍ଜନର ଯାହାକି ବେଶ୍ ଆକର୍ଷଣୀୟ ହୋଇଛି । ତେବେ ପରମ୍ପରା ଅନୁଯାୟୀ ଶ୍ରୀମନ୍ଦିରରେ ମଧ୍ୟ ମହାପ୍ରଭୁଙ୍କୁ ଦହି ପଖାଳ ଲାଗି କରାଯାଏ। ଏଣୁ ପଖାଳ ଓଡିଆ ମାନଙ୍କର ଅତି ପ୍ରିୟ ଓ ପ୍ରମୁଖ ଖାଦ୍ୟ ଭାବେ ଗ୍ରହଣ କରାଯାଇଥିବା ବେଳେ ଏହି ଭୋଜନର ଏକ ସ୍ୱତନ୍ତ୍ରତା ରହିଛି। ଏଣୁ ପଖାଳ ଭୋଜନକୁ ମନେ ରଖିବା ପାଇଁ ମାର୍ଚ୍ଚ ୨୦କୁ ବିଶ୍ୱ ପଖାଳ ଦିବସ ଭାବେ ପାଳନ କରାଯାଉଛି।

ସୂୂଚନାଯୋଗ୍ୟ, ଗତ କିଛି ବର୍ଷ ଧରି ମାର୍ଚ୍ଚ ୨୦ ତାରିଖ ଠାରୁ ପଖାଳ ଦିବସ ଭାବେ ପାଳିତ ହୋଇ ଆସୁଛି। ଦେଶ-ବିଦେଶରେ ରହୁଥିବା ଓଡ଼ିଆମାନେ ଏହି ପର୍ବକୁ ଅଧିକ ପାଳନ କରୁଛନ୍ତି।