ଏନଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଓଡ଼ିଶାର ଦ୍ରୌପଦୀ ମୁର୍ମୁ , ଘୋଷଣା କଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି.ନଡ୍ଡା

NDA’s presidential candidate is Draupadi Murmu of Odisha

ଭୁବନେଶ୍ୱର : ଓଡ଼ିଶାର ଦ୍ରୌପଦୀ ମୁର୍ମୁ ରାଷ୍ଟ୍ରପତି ପ୍ରାର୍ଥୀ ଘୋଷଣା କରିଛି ଏନଡିଏ। ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି.ନଡ୍ଡା ତାଙ୍କ ନାମ ଘୋଷଣା କରିଛନ୍ତି। ଆଜି ରାଷ୍ଟ୍ରପତି ପ୍ରାର୍ଥୀ ପାଇଁ ବିଜେପିର ସଂସଦୀୟ ବୋର୍ଡ ବୈଠକ ବସିଥିଲା । ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଗୃହମନ୍ତ୍ରୀ ଅମିତ ଶାହ, ପ୍ରତିରକ୍ଷା ରାଜନାଥ ସିଂହଙ୍କ ସମେତ ପ୍ରମୁଖ ବରିଷ୍ଠ ନେତାମାନେ ସାମିଲ ହୋଇଥିଲେ । ପୂର୍ବରୁ ବିରୋଧୀ ମହାମେଣ୍ଟ ପକ୍ଷରୁ ଯଶୱନ୍ତ ସିହ୍ନାଙ୍କ ନାମ ରାଷ୍ଟ୍ରପତି ପ୍ରାର୍ଥୀ ଭାବେ ଘୋଷଣା କରାଯାଇଥିଲା ।ଏନଡିଏ ମେଣ୍ଟ ପକ୍ଷରୁ ଓଡ଼ିଶାର ଦ୍ରୌପଦୀ ମୁର୍ମୁଙ୍କୁ ରାଷ୍ଟ୍ରପତି ପ୍ରାର୍ଥୀ ଭାବେ ମନୋନୀତ କରାଯାଇଛି।

ବିଜେପି ପାଖରେ ପ୍ରାୟତଃ ରାଷ୍ଟ୍ରପତି ନିର୍ବାଚନରେ ବିଜୟୀ ହେବାକୁ ଅଧିକ ସଂଖ୍ୟା ଥିବାରୁ ଦ୍ରୌପଦୀ ମୁର୍ମୁ ହିଁ ଦେଶର ପରବର୍ତ୍ତୀ ରାଷ୍ଟ୍ରପତି ହେବା ଏକ ପ୍ରକାରର ନିଶ୍ଚିତ ହୋଇଯାଇଛି। ଯଦି ଦ୍ରୌପଦୀ ମୁର୍ମୁ ବିଜୟୀ ହୁଅନ୍ତି, ତା’ହେଲେ ପ୍ରଥମ ଓଡ଼ିଆ ଭାବେ ସେ ରାଷ୍ଟ୍ରପତି ହେବାର ଗୌରବ ଅର୍ଜନ କରିବେ। ତେବେ ସୂଚନା ଯୋଗ୍ୟ ତାଙ୍କର ସିଧାସଳଖ ଲଢ଼େଇ ବିରୋଧୀ ମେଣ୍ଟର ପ୍ରାର୍ଥୀ ଯଶୱନ୍ତ ସିହ୍ନାଙ୍କ ସହ ହେବ।

ସେହିପରି ଦେଶର ଦ୍ୱିତୀୟ ମହିଳା ରାଷ୍ଟ୍ରପତି ହେବେ। ଓଡ଼ିଶାର ଆଦିବାସୀ ନେତା ଦ୍ରୌପଦୀ ମୁର୍ମୁ ପୂର୍ବରୁ ଝାରଖଣ୍ଡର ପୂର୍ବତନ ରାଜ୍ୟପାଳ ଭାବେ କାର୍ଯ୍ୟ କରିଛନ୍ତି। ବିଜେପି ଅଧ୍ୟକ୍ଷ ଜେପି ନଡ୍ଡା ଆଜି ସନ୍ଧ୍ୟାରେ ଦଳର ବରିଷ୍ଠ ନେତା ଦ୍ରୌପଦୀ ମୁର୍ମୁଙ୍କ ନାଁ ଉପରେ ମୋହର ମାରିଛନ୍ତି।