ମହାପ୍ରବନ୍ଧକ ଶ୍ରୀ ସୁନକର ଏହି ବୈଠକକୁ ସମ୍ବୋଧିତ କରି ରେଳ କର୍ମଚାରୀଙ୍କୁ ଦୈନନ୍ଦିନ ସରକାରୀ କାର୍ଯ୍ୟରେ ହିନ୍ଦୀ ଭାଷାର ବ୍ୟବହାର କରିବାକୁ ପରାମର୍ଶ କରିଥିଲେ। ସେ ଆହୁରି ମଧ୍ୟ ପରାମର୍ଶ ଦେଇଛନ୍ତି ଯେ ହିନ୍ଦୀରେ ତାଲିମ ପ୍ରାପ୍ତ କର୍ମଚାରୀମାନେ ରାଜଭାଷାରେ ଅଧିକରୁ ଅଧିକ କାମ କରିବା ଉଚିତ୍।
ଏହି ଅବସରରେ ମହାପ୍ରବନ୍ଧକ ଶ୍ରୀ ସୁନକର ମହାନ ହିନ୍ଦୀ ସାହିତ୍ୟିକମାନଙ୍କର ପ୍ରଭାବଶାଳୀ ଉଦ୍ଧୃତି ସମ୍ବନ୍ଧୀୟ ପୋଷ୍ଟରଗୁଡିକ ଉନ୍ମଚନ କରିଥିଲେ। ସେ ହିନ୍ଦୀ ଲେଖକମାନଙ୍କ ଉପରେ ଆଧାରିତ ପ୍ରଶ୍ନୋତ୍ତର ପ୍ରତିଯୋଗିତାର ବିଜେତାମାନଙ୍କୁ ମଧ୍ୟ ପୁରସ୍କୃତ କରିଥିଲେ।
ଏହି ଅବସରରେ ମୁଖ୍ୟ ରାଜଭାଷା ଅଧିକାରୀ ଏବଂ ମୁଖ୍ୟ ଆର୍ଥିକ ପରାମର୍ଶଦାତା ଶ୍ରୀ ଆର ଏସ୍ ମିତ୍ର ରାଜଭାଷାର ସଫଳ କାର୍ଯ୍ୟକାରିତା ପାଇଁ ରେଳ କର୍ମଚାରୀଙ୍କ ସହୃଦୟ ସହଯୋଗ କାମନା କରିଥିଲେ।
DPCG.jpeg)
ଏହି ବୈଠକରେ ଉପ ମୁଖ୍ୟ ରାଜଭାଷା ଅଧିକାରୀ ଏବଂ ଉପ ମୁଖ୍ୟ ଅପରେସନ୍ ମ୍ୟାନେଜର (ଜେନେରାଲ୍) ଶ୍ରୀ ଦେବରାଜ ନାୟକ ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ। ଶ୍ରୀମତୀ ୟେଲିନା ପଣ୍ଡା, ରାଜଭାଷା ଅଧିକାରୀ ଏହି ବୈଠକକୁ ସଂଯୋଜନା କରିଥିଲେ।