ଆଜିଠୁ ଆରମ୍ଭ ହେବ ପାରାଲିମ୍ପିକ୍ସ

କ୍ରୀଡ଼ା ମହାକୁମ୍ଭ ଅଲିମ୍ପିକ୍‌ସର ସଫଳ ଆୟୋଜନ ପରେ ଆଜି ଠାରୁ ପ୍ୟାରିସରେ ଆରମ୍ଭ ହେବାକୁ ଯାଉଛି ପାରାଲିମ୍ପିକ୍‌ସ କ୍ରୀଡ଼ାର ୧୭ତମ ସଂସ୍କରଣ । ସାରା ବିଶ୍ୱର ୪୪୦୦ ଭିନ୍ନକ୍ଷମ ଖେଳାଳିଙ୍କୁ ନେଇ ପ୍ୟାରିସରେ ଆରମ୍ଭ ହେବ ପାରାଲିମ୍ପିକ୍ସର ସପ୍ତଦଶ ସଂସ୍କରଣ । ୨୨ କ୍ରୀଡ଼ାର ୫୪୯ ଇଭେଣ୍ଟରେ ପ୍ରତିନ୍ଦ୍ୱନ୍ଦିତା ହେବ । ସେପ୍ଟେମ୍ବର ୮ ତାରିଖ ପର୍ଯ୍ୟନ୍ତ ୧୨ ଦିନ ଧରି ଭିନ୍ନକ୍ଷମ କ୍ରୀଡ଼ାରେ ଉତ୍କର୍ଷ ଲାଭ କରିଥିବା ଖେଳାଳି କ୍ରୀଡ଼ା ମହାକୁମ୍ଭରେ ଅଂଶଗ୍ରହଣ କରିବେ ।