ତାମିଲନାଡ଼ୁର ନୀଳଗିରି ଜିଲ୍ଲାରେ ଏକ ବସ୍ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଲୋକଙ୍କ ପାଇଁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶୋକ ପ୍ରକାଶ କରିଛନ୍ତି ଏବଂ ଶୋକସନ୍ତପ୍ତ ପରିବାରକୁ ସମବେଦନା ଜଣାଇଛନ୍ତି ।
ପ୍ରଧାନମନ୍ତ୍ରୀ ପିଏମଏନଆରଏଫରୁ ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ରାଶି ଏବଂ ଆହତଙ୍କ ପାଇଁ ୫୦ ହଜାର ଟଙ୍କାର ସହାୟତା ଘୋଷଣା କରିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ୍ସରେ ପୋଷ୍ଟ କରାଯାଇଛି:
‘ତାମିଲନାଡ଼ୁର ନୀଳଗିରି ଜିଲ୍ଲା କୁନ୍ନୁର ନିକଟରେ ଏକ ବସ୍ ଦୁର୍ଘଟଣାରେ ଲୋକଙ୍କ ପ୍ରାଣହାନି ପାଇଁ ଦୁଃଖିତ । ଶୋକସନ୍ତପ୍ତ ପରିବାର ପାଇଁ ମୋର ସମବେଦନା । ଆହତମାନେ ଶୀଘ୍ର ସୁସ୍ଥ ହୁଅନ୍ତୁ ବୋଲି କାମନା କରୁଛି । ପିଏମଏନଆରଏଫ୍ରୁ ପ୍ରତି ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ରାଶି ପ୍ରଦାନ କରାଯିବ । ଆହତଙ୍କ ପାଇଁ ୫୦ ହଜାର ଟଙ୍କା ସହାୟତା ଦିଆଯିବ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ।’