ପ୍ରବଳ ବର୍ଷା ଏବଂ ଭୂସ୍ଖଳନ ଦ୍ୱାରା ଗୁରୁତର ଭାବେ ପ୍ରଭାବିତ ହୋଇଥିବା ଦାର୍ଜିଲିଂ ଏବଂ ଆଖପାଖ ଅଞ୍ଚଳର ପରିସ୍ଥିତି ଉପରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗଭୀର ଉଦବେଗ ପ୍ରକାଶ କରିଛନ୍ତି। ଶ୍ରୀ ମୋଦୀ ପ୍ରଭାବିତ ଅଞ୍ଚଳକୁ ସମସ୍ତ ସମ୍ଭାବ୍ୟ ସହାୟତା ପ୍ରଦାନ କରିବା ପାଇଁ ସରକାରଙ୍କ ପ୍ରତିବଦ୍ଧତାକୁ ଦୋହରାଇଥିଲେ ଏବଂ ପ୍ରାକୃତିକ ବିପର୍ଯ୍ୟୟର ପ୍ରଭାବକୁ ହ୍ରାସ କରିବା ପାଇଁ କେନ୍ଦ୍ର ଏବଂ ରାଜ୍ୟ ଏଜେନ୍ସିମାନଙ୍କ ମଧ୍ୟରେ ସମନ୍ୱିତ ପ୍ରୟାସ ଉପରେ ଗୁରୁତ୍ୱାରୋପ କରିଥିଲେ।
ଏକ୍ସରେ ଏକ ପୋଷ୍ଟରେ ଶ୍ରୀ ମୋଦୀ ଲେଖିଛନ୍ତି :
‘‘ପ୍ରବଳ ବର୍ଷା ଏବଂ ଭୂସ୍ଖଳନ ଦ୍ୱାରା ପ୍ରଭାବିତ ଦାର୍ଜିଲିଂ ଏବଂ ଆଖପାଖ ଅଞ୍ଚଳର ପରିସ୍ଥିତି ଉପରେ କର୍ତ୍ତୃପକ୍ଷ ତୀକ୍ଷ୍ଣ ନଜର ରଖିଛନ୍ତି । ମୋର ଚିନ୍ତାଧାରା ଶୋକସନ୍ତପ୍ତ ପରିବାର ସହିତ ଅଛି । ଆହତମାନଙ୍କ ଶୀଘ୍ର ଆରୋଗ୍ୟ କାମନା କରୁଛି “