ନୂଆଦିଲ୍ଲୀ: ଓଡିଶାର ପାରା ଆଥଲେଟ ପ୍ରମୋଦ ଭଗତଙ୍କୁ ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ କରାଯାଇଛି । ରାଷ୍ଟ୍ରପତି ଭବନରେ ଆୟୋଜିତ ଏକ ସମାରୋହରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଶ୍ରୀମତି ପ୍ରମୋଦ ଭଗତଙ୍କୁ ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ କରିଛନ୍ତି । ସେହିପରି ବିଶିଷ୍ଟ ଲେଖିକା ପ୍ରତିଭା ରାୟଙ୍କୁ ମଧ୍ୟ ପଦ୍ମଭୂଷଣ ସମ୍ମାନରେ ସମ୍ମାନିତ କରିଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ । ଏହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଗୃହମନ୍ତ୍ରୀ ଅମିତ ଶାହ, ବିଜେପି ଅଧ୍ୟକ୍ଷ ଜେପି ନଡ୍ଡାଙ୍କ ସମେତ ବହୁ ବ୍ୟକ୍ତି ଉପସ୍ଥିତ ଥିଲେ ।