ଦ୍ୱିତୀୟ ପର୍ଯ୍ୟାୟ ବେସାମରିକ ସମ୍ମାନ ପ୍ରଦାନ ସମାରୋହରେ ପଦ୍ମ ପୁରସ୍କାର ପ୍ରଦାନ କଲେ ରାଷ୍ଟ୍ରପତି

ଭାରତର ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ୨୭  ତାରିଖ ସନ୍ଧ୍ୟାରେ ରାଷ୍ଟ୍ରପତି ଭବନରେ ଆୟୋଜିତ ଦ୍ୱିତୀୟ ପର୍ଯ୍ୟାୟ ବେସାମରିକ ସମ୍ବର୍ଦ୍ଧନା ସମାରୋହରେ ୨୦୨୫ ବର୍ଷ ପାଇଁ ପଦ୍ମ ବିଭୂଷଣ, ପଦ୍ମ ଭୂଷଣ ଏବଂ ପଦ୍ମଶ୍ରୀ ପୁରସ୍କାର ପ୍ରଦାନ କରିଛନ୍ତି ।

ଏହି ଅବସରରେ ଉପସ୍ଥିତ ବିଶିଷ୍ଟ ବ୍ୟକ୍ତିମାନଙ୍କ ମଧ୍ୟରେ ଭାରତର ଉପରାଷ୍ଟ୍ରପତି, ଭାରତର ପ୍ରଧାନମନ୍ତ୍ରୀ ଏବଂ କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଥିଲେ ।