ଉତ୍କଳ ଦିବସ ଅବସରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡିଶାବାସୀଙ୍କୁ ଶୁଭେଚ୍ଛା

ଓଡିଶାବାସୀଙ୍କ ଉତ୍ତମ ସ୍ୱାସ୍ଥ୍ୟ ଓ ସମୃଦ୍ଧି କାମନା କରିଛନ୍ତି….

ନୂଆଦିଲ୍ଲୀ: ଆଜି ହେଉଛି ଉତ୍କଳ ଦିବସ। ଏହି ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ରାଷ୍ଟ୍ରପତି ଓଡିଶାବାସୀଙ୍କୁ ହାର୍ଦ୍ଦିକ ଅଭିନ୍ଦନ ଜଣାଇଛନ୍ତି।

ଓଡିଶାବାସୀଙ୍କ ଉଜ୍ଜ୍ୱଳ ଭବିଷ୍ୟତର କାମନା କରିଛନ୍ତି ରାଷ୍ଟ୍ରପତି। ଉତ୍କଳ ଦିବସର ହାର୍ଦ୍ଦିକ ଶୁଭେଚ୍ଛା । ଏହି ଦିନ ଆମ ଦେଶର ପ୍ରଗତିରେ ଓଡ଼ିଶା, ଓଡିଆ ଜନସାଧାରଣ ଏବଂ ସଂସ୍କୃତିର ସମୃଦ୍ଧ ଅବଦାନକୁ ଜାଣିବାର ଅବସର ।

ଓଡ଼ିଶାବାସୀଙ୍କ ଉତ୍ତମ ସ୍ୱାସ୍ଥ୍ୟ ଏବଂ ସମୃଦ୍ଧି କାମନା କରୁଛି । ଓଡିଆରେ ଟ୍ୱିଟ୍‌‌ କରି ଓଡିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଦେଶର ପ୍ରଗତିରେ ଓଡିଶାର ଅବଦାନକୁ ଜାଣିବାର ଦିନ। ଓଡିଶାବାସୀଙ୍କ ଉତ୍ତମ ସ୍ୱାସ୍ଥ୍ୟ ଓ ସମୃଦ୍ଧି କାମନା କରିଛନ୍ତି।