ରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟ୍‍ ୫୦୦୧୦୦ ଟଙ୍କା ଦାନ କଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ

ରାଷ୍ଟ୍ରପତିଙ୍କ ଠାରୁ ଆର୍ଥିକ ସହାୟତା ଲାଗି ଶୁକ୍ରବାର ଦିନ ଆସିଥିବା ‘ରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟ୍‍’ର ପ୍ରତିନିଧିମାନଙ୍କୁ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଭେଟିବା ସହ ନିଜ ବ୍ୟକ୍ତିଗତ ଆକାଉଣ୍ଟ୍‌ରୁ ୫ ଲକ୍ଷ ୧୦୦ ଟଙ୍କା ପ୍ରଦାନ କରିଛନ୍ତି।
ରାମ ମନ୍ଦିର ନିର୍ମାଣ ନିମନ୍ତେ ଦାନ ବାବଦରେ ସେମାନଙ୍କୁ ‘ରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟ୍‍’ ନାଁରେ ରାଷ୍ଟ୍ରପତି ୫୦୦୧୦୦ ଟଙ୍କାର ଏକ ଚେକ୍‌ ପ୍ରଦାନ କରିଛନ୍ତି। ବିଶ୍ୱ ହିନ୍ଦୁ ପରିଷଦ୍‌ର ଆନ୍ତର୍ଜାତିକ କାର୍ଯ୍ୟନିର୍ବାହୀ ଅଧ୍ୟକ୍ଷ ଆଲୋକ କୁମାର, ରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟ୍‍ର କୋଷାଧ୍ୟକ୍ଷ ଗୋବିନ୍ଦ ଦେବ ଗିରି ଏବଂ ମନ୍ଦିର ନିର୍ମାଣ କମିଟିର ମୁଖ୍ୟ ପୂର୍ବତନ ଅମଲା ନୃପେନ୍ଦ୍ର ମିଶ୍ର ଥିବା ଏହି ପ୍ରତିନିଧି ଦଳ ରାଷ୍ଟ୍ରପତି ଭବନ ଯାଇ ସେଠାରେ ରାଷ୍ଟ୍ରପତିଙ୍କୁ ଭେଟିଥିଲେ।

୫୨,୫୦,୦୦ ଗାଁରେ ପାଣ୍ଠି ସଂଗ୍ରହ ଅଭିଯାନ ଚାଲିବ ଏବଂ ସଂଗୃହୀତ ଟଙ୍କା ୪୮ ଘଣ୍ଟା ମଧ୍ୟରେ ବ୍ୟାଙ୍କ୍‌ରେ ଜମା କରାଯିବ। ୨୦,୦୦୦ ଟଙ୍କାରୁ ଊର୍ଦ୍ଧ୍ୱ ଟଙ୍କାର ଦାନକୁ ଚେକ୍‌ ଆକାରରେ ଗ୍ରହଣ କରାଯିବ। ଜାନୁଆରି ୧୫ ତାରିଖରୁ ଆରମ୍ଭ ହୋଇ ଫେବ୍ରୁଆରି ୨୭ ତାରିଖ ଦିନ ଏହି ପାଣ୍ଠି ସଂଗ୍ରହ ଅଭିଯାନ ଶେଷ ହେବ।