ସାଂସଦ ତଥା ପୂର୍ବତନ ମନ୍ତ୍ରୀ ଶ୍ରୀ ରତନ ଲାଲ କଟାରିଆଙ୍କ ପରଲୋକରେ ପ୍ରଧାନମନ୍ତ୍ରୀଙ୍କ ଶୋକ

ପିଆଇବି, ଭୁବନେଶ୍ୱର : ସାଂସଦ ତଥା ପୂର୍ବତନ ମନ୍ତ୍ରୀ ଶ୍ରୀ ରତନ ଲାଲ କଟାରିଆଙ୍କ ପରଲୋକରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗଭୀର ଶୋକ ବ୍ୟକ୍ତ କରିଛନ୍ତି ।

ଏକ ଟୁଇଟରେ ପ୍ରଧାନମନ୍ତ୍ରୀ କହିଛନ୍ତି:

ସାଂସଦ ତଥା ପୂର୍ବତନ ମନ୍ତ୍ରୀ ଶ୍ରୀ ରତନ ଲାଲ କଟାରିଆଙ୍କ ପରଲୋକରେ ଅତ୍ୟନ୍ତ ଦୁଃଖିତ । ଜନସେବା ଏବଂ ସାମାଜିକ ନ୍ୟାୟରେ ତାଙ୍କ ଗୁରୁତ୍ୱପୂର୍ଣ୍ଣ ଯୋଗଦାନ ପାଇଁ ତାଙ୍କୁ ମନେ ରଖାଯିବ । ସେ ହରିୟାଣାରେ ବିଜେପିକୁ ମଜଭୁତ କରିବାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ । ତାଙ୍କ ପରିବାର ଓ ସମର୍ଥକଙ୍କ ପ୍ରତି ସମବେଦନା । ଓମ୍ ଶାନ୍ତି ।