ଝାଡଖଣ୍ଡର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେଇଥିବାରୁ ହେମନ୍ତ ସୋରେନଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

ଶ୍ରୀ ହେମନ୍ତ ସୋରେନ୍‌ ଝାଡଖଣ୍ଡର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେଇଥିବାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ତାଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।

ଏକ୍ସରେ ଏକ ପୋଷ୍ଟରେ ସେ ଲେଖିଛନ୍ତି :

“ଝାଡଖଣ୍ଡର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେଇଥିବାରୁ ଶ୍ରୀ ହେମନ୍ତ ସୋରେନଙ୍କୁ ଅଭିନନ୍ଦନ । ତାଙ୍କର ଆଗାମୀ କାର୍ଯ୍ୟକାଳ ପାଇଁ ତାଙ୍କୁ ଶୁଭେଚ୍ଛା ।