ଶ୍ରୀ ଅଟଳ ବିହାରୀ ବାଜପେୟୀଙ୍କୁ ପୁଣ୍ୟତିଥିରେ ଶ୍ରଦ୍ଧାଞ୍ଜଳି ଦେଲେ ପ୍ରଧାନମନ୍ତ୍ରୀ

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭାରତର ୧୪୦ କୋଟି ଲୋକଙ୍କ ସହ ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀ ଅଟଳ ବିହାରୀ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି ।

ଏକ ଟୁଇଟରେ ପ୍ରଧାନମନ୍ତ୍ରୀ କହିଛନ୍ତି:

‘ମୁଁ ଭାରତର ୧୪୦ କୋଟି ଲୋକଙ୍କ ସହ ମିଶି ମହାନ୍ ଅଟଳ ଜୀଙ୍କୁ ତାଙ୍କ ପୁଣ୍ୟତିଥିରେ ଶ୍ରଦ୍ଧାଞ୍ଜଳି ଦେଉଛି । ତାଙ୍କ ନେତୃତ୍ୱରେ ଭାରତ ବେଶ୍ ଉପକୃତ ହୋଇଥିଲା  ଆମ ଦେଶର ବିକାଶ ଏବଂ ଅନେକ କ୍ଷେତ୍ରରେ ଦେଶକୁ ଏକବିଂଶ ଶତାବ୍ଦୀକୁ ନେବାରେ ସେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିଭାଇଥିଲେ’ ।