ନୂଆଦିଲ୍ଲୀ: ରାହୁଲ ଗାନ୍ଧୀ ପୁଣି ସାଂସଦ ପଦ ଫେରିପାଇଛନ୍ତି। ଲୋକସଭା ସଚିବାଳୟ ପକ୍ଷରୁ ଏନେଇ ଜାରି କରାଯାଇଛି ବିଜ୍ଞପ୍ତି। ୨୦୧୯ ‘ମୋଦି ସରନେମ୍’ ମାନହାନୀ ମାମଲାରେ ସୁରଟର ଏକ କୋର୍ଟ ରାହୁଲ ଙ୍କୁ ଦେଇଥିବା ୨ ବର୍ଷର ଜେଲ ଦଣ୍ଡାଦେଶ ଉପରେ ସୁପ୍ରିମକୋର୍ଟ ଗତ ଶୁକ୍ରବାର ରୋକ ଲଗାଇବା ପରେ ଆଜି ଲୋକସଭା ସଚିବାଳୟ ପକ୍ଷରୁ ଏହି ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି ଖବର ଆସିବା ପରେ ଦିଲ୍ଲୀ ସ୍ଥିତ କଂଗ୍ରେସ ମୁଖ୍ୟାଳୟ ଉତ୍ସବମୁଖର ହୋଇପଡ଼ିଛି। ସୋନିଆ ଗାନ୍ଧିଙ୍କ ବାସଭବନ ସମ୍ମୁଖରେ ମଧ୍ୟ ଦଳୀୟ ନେତା ଓ କର୍ମୀଙ୍କ ଭିଡ଼ ଜମିଛି।
Prev Post
Next Post