ନୂଆଦିଲ୍ଲୀ: ଦିଲ୍ଲୀର ନୂଆ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିବେ ବିଜେପି ନେତ୍ରୀ ରେଖା ଗୁପ୍ତା । ଦିଲ୍ଲୀ ବିଧାନସଭା ନିର୍ବାଚନରେ ବିଜେପିର ବିଜୟ ପରେ ମୁଖ୍ୟମନ୍ତ୍ରୀ ପଦ ଲାଗି ଅନେକ ନେତା ଆଶାୟୀ ଥିଲେ ଏବଂ ବିଭିନ୍ନ ନାମକୁ ନେଇ ମଧ୍ୟ ଚର୍ଚ୍ଚା ହେଉଥିଲା । ବିଧାୟକ ଦଳ ବୈଠକରେ ରେଖା ଗୁପ୍ତାଙ୍କ ନାମ ଘୋଷଣା ହୋଇଥିଲା ।
ଦିଲ୍ଲୀର ଚତୁର୍ଥ ମହିଳା ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିବେ ରେଖା ଗୁପ୍ତା । ଦିଲ୍ଲୀର ରାମଲାଲା ମଇଦାନଠାରେ ୨୦ ଫେବ୍ରୁଆରି ମଧ୍ୟାହ୍ନ ସମୟରେ ନୂତନ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ ହେବ । ଏହି ଶପଥ ଗ୍ରହଣ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ଅମିତ ଶାହଙ୍କ ସମେତ ଅନେକ କେନ୍ଦ୍ର ମନ୍ତ୍ରୀ ଓ ବରିଷ୍ଠ ଦଳୀୟ ନେତା ମଧ୍ୟ ଉପସ୍ଥିତ ରହିବେ । ପରବେଶ ବର୍ମା ଉପମୁଖ୍ୟମନ୍ତ୍ରୀ ହୋଇପାରନ୍ତି ବୋଲି କୁହାଯାଉଛି ।