ରାଷ୍ଟ୍ରପତିଙ୍କୁ ଭେଟିଲେ ସିନ୍ଧେ ଓ ଫଡନାଭିସ

ଶାହଙ୍କ ବ୍ୟତୀତ ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଓ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କୁ ମଧ୍ୟ ଭେଟିଥିବା ଜଣାପଡିଛି….

ନୂଆଦିଲ୍ଲୀ: ମହାରାଷ୍ଟ୍ରରେ ସରକାର ପରେ ପ୍ରଥମଥର ପାଇଁ ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ ଓ ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସ ଦିଲ୍ଲୀ ପହଞ୍ଚି ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ଭେଟିଛନ୍ତି । ଏନେଇ ରାଷ୍ଟ୍ରପତି ଭବନ ତରଫରୁ ଟ୍ୱିଟ୍‌ କରି ସୂଚନା ପ୍ରଦାନ କରାଯାଇଛି । ସୂଚନାଯୋଗ୍ୟ, ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ ଓ ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସ ଗତକାଲି ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କୁ ଭେଟିଥିଲେ । ଶାହଙ୍କ ବ୍ୟତୀତ ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଓ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କୁ ମଧ୍ୟ ଭେଟିଥିବା ଜଣାପଡିଛି ।