ଦେଶରୁ ଫେରୁଛି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟ

ନୂଆଦିଲ୍ଲୀ : ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ ତାର ସ୍ୱାଭାବିକ ପ୍ରତ୍ୟାବର୍ତନ ତାରିଖ ୧୭ ସେପ୍ଟେମ୍ବର ତୁଳନାରେ ଦକ୍ଷିଣ ପଶ୍ଚିମ ରାଜସ୍ଥାନ ଏବଂ ଗୁଜୁରାଟର କଛ ଅଞ୍ଚଳରୁ ପ୍ରତ୍ୟାବର୍ତ୍ତନ କରିଛି । ଅନ୍ୟପକ୍ଷରେ ଲଘୁଚାପ ପ୍ରଭାବରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି । ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, ସମ୍ୱଲପୁର, ବରଗଡ଼, ସୋନପୁର ଓ ବଲାଙ୍ଗିର ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବବନା ରହିଛି । ପ୍ରବଳ ବର୍ଷା ଯୋଗୁ ପାହାଡ଼ିଆ ଅଞ୍ଚଳରେ ମାଟି ଅତଡ଼ା ଖସିବାର ସମ୍ଭାବନା ରହିଛି । ତଳିଆ ଅଞ୍ଚଳରେ ବର୍ଷା ପାଣି ଜମିପାରେ । ପରିବା ଚାଷ ଜମିରୁ ବର୍ଷା ପାଣି ନିଷ୍କାସନ କରିବା ପାଇଁ ବ୍ୟବସ୍ଥା କରିବାକୁ ପରାମର୍ଶ ଦିଆଯାଇଛି ।