ନୂଆଦିଲ୍ଲୀ: ଉତ୍ତରପ୍ରଦେଶର ହାପୁଡସ୍ଥିତ କ୍ୟାମିକାଲ ଫ୍ୟାକ୍ଟ୍ରିରେ ଭୟଙ୍କର ଦୁର୍ଘଟଣା ଘଟିଛି । ଏଠାରେ ବଏଲର ଫାଟିବା ଯୋଗୁ ୯ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଅନେକ ଆହତ ହୋଇଛନ୍ତି । ଆହତଙ୍କୁ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଘଟଣାସ୍ଥଳରେ ପୁଲିସ ଓ ଅଗ୍ନିଶମ ବିଭାଗର ଅନେକ ଗାଡି ଉପସ୍ଥିତ ରହି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି ।
ଅନ୍ୟପକ୍ଷରେ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଟ୍ୱିଟ୍ କରି ଦୁଃଖ ବ୍ୟକ୍ତ କରିବା ସହ ଜିଲ୍ଲା ପ୍ରଶାସନର ଅଧିକାରୀଙ୍କୁ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ତ୍ୱରାନ୍ୱିତ କରିବା ଓ ମୃତକଙ୍କ ପରିବାରକୁ ଯଥାସମ୍ଭବ ସାହଯ୍ୟ କରିବାକୁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି ।