ଦେଶ ପାଳୁଛି ୭୮ତମ ସ୍ୱାଧୀନତା ଦିବସ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଲଗାତାର ୧୧ତମ ଥର ପାଇଁ ଲାଲକିଲ୍ଲାରୁ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି । ସବୁଠି ସ୍ୱତନ୍ତ୍ରତାର ଏହି ଦିନକୁ ନେଇ ଉତ୍ସାହର ମାହୋଲ ଦେଖାଦେଇଛି । ଲଗାତାର ୧୧ ଥର ପାଇଁ ସ୍ୱାଧୀନତା ଦିବସରେ ଲାଲକିଲ୍ଲାରୁ ପତାକା ଉତ୍ତୋଳନ କରିବା ସହ ଦେଶବାସୀଙ୍କୁ ସମ୍ବୋଧିତ କରୁଛନ୍ତି । ତାପୂର୍ବରୁ ପ୍ରଧାନମନ୍ତ୍ରୀ ରାଜଘାଟ ଯାଇ ମହାତ୍ମାଗାନ୍ଧିଙ୍କ ସମାଧି ପୀଠରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ଚଳିତବର୍ଷ ସ୍ୱାଧୀନତା ଦିବସର ଥିମ୍ ରହିଛି ବିକଶିତ ଭାରତ ୨୦୪୭। ଅର୍ଥାତ ଦେଶ ସ୍ୱାଧୀନତାର ଶହେ ବର୍ଷ ପୂର୍ତ୍ତି ଅବସରରେ ଆସନ୍ତା ୨୦୪୭ ସୁଦ୍ଧା ଭାରତକୁ ବିକଶିତ ରାଷ୍ଟ୍ର କରିବା ଲକ୍ଷ୍ୟ ରଖିଛନ୍ତି ସରକାର। ଆଜି ଲାଲକିଲ୍ଲା କାର୍ୟ୍ୟକ୍ରମରେ ୬ ହଜାର ଅତିଥିଙ୍କୁ ନିମନ୍ତ୍ରିତ କରାଯାଇଛି ।