ବିଶ୍ୱରେ ସବୁଠୁ ବଡ଼ ଲୋକତନ୍ତ୍ର ଆଜି ପାଳୁଛି ୭୭ତମ ସ୍ୱାଧୀନତା ଦିବସ

ନୂଆଦିଲ୍ଲୀ: ୭୭ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାରୁ ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଉଦବୋଧନ ଦେଇ ଏକଥା କହିଛନ୍ତି। ମୋର ପ୍ରିୟ ୧୪୦ କୋଟି ପରିବାରଜନ, ବୋଲି ଦେଶବାସୀଙ୍କୁ ସମ୍ବୋଧନ କରି ନିଜର ଅଭିଭାଷଣ ଆରମ୍ଭ କରିଥିଲେ। ସେ କହିଥିଲେ, ଆମର ଲୋକତନ୍ତ୍ର ବିଶ୍ୱରେ ସବୁଠୁ ବଡ଼। ସଦିଦ୍ ଭଗତ ସିଂହ ଓ ରାଣୀ ଲକ୍ଷ୍ମୀବାଈଙ୍କ ପରି ସ୍ବାଧୀନତା ସଂଗ୍ରାମୀଙ୍କୁ ମନେ ପକାଇ ଦେଶର ସ୍ବାଧୀନତା ପାଇଁ ଯେଉଁମାନେ ବଳିଦାନ ଦେଇଛନ୍ତି ସମସ୍ତଙ୍କୁ ସମ୍ମାନ ଜଣାଉଛି। ଚଳିତବର୍ଷ ପ୍ରାକୃତିକ ବିପର୍ଯ୍ୟୟ ଦ୍ବାରା ଦେଶରେ ବହୁତ କ୍ଷତି ହୋଇଛି ଏହାର ସାମ୍ନା କରିଥିବା ପରିବାରଙ୍କୁ ମୋର ସମବେଦନା ଜଣାଉଛି।

ଆଜି ବିଶାଳ ଗଣତନ୍ତ୍ରର ଦେଶ ପାଳନ କରୁଛି ୭୭ତମ ସ୍ୱାଧୀନତା ଦିବସ । ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାରେ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଏହାପରେ ଦେଶବାସୀଙ୍କୁ ସମ୍ବୋଧିତ କରୁଛନ୍ତି ପ୍ରଧାନମନ୍ତ୍ରୀ । ଏହା ସହ ସ୍ୱାଧୀନତାର ଅମୃତ ମହୋତ୍ସବର ସମାପନ ସହ ଦେଶ ଅମୃତ ଯୁଗରେ ପ୍ରବେଶ କରିବ ।

ସୂଚନା ଥାଉକି, ୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ ପ୍ରଧାନମନ୍ତ୍ରୀ ଭାବେ ମୋଦୀଙ୍କର ଏହା ଶେଷ ସମ୍ବୋଧନ। ଯୋଉଁଥିପାଇଁକି କେବଳ ଭାରତ ନୁହେଁ, ସମଗ୍ର ଦେଶ ଦୁନିଆର ନଜର ପ୍ରଧାନମନ୍ତ୍ରୀଙ୍କର ସମ୍ବୋଧନ ଉପରେ ରହିଛି ।

ସେପଟେ ଲାଲକିଲାରେ ସମଗ୍ର ବିଶ୍ୱରୁ ୧୮ଶହ ସ୍ୱତନ୍ତ୍ର ଅତିଥିଙ୍କୁ ନିମନ୍ତ୍ରଣ ଦେଇଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ । ସ୍ୱାଧୀନତା ଦିବସ ପାଇଁ ରାଜଧାନୀ ଦିଲ୍ଲୀରେ ସୁରକ୍ଷାର ସୁବ୍ୟବସ୍ଥା କଡ଼ାକଡ଼ି କରାଯାଇଛି । ଲାଲକିଲା ଆଖପାଖରେ ୧୦ହଜାରରୁ ଅଧିକ ସୁରକ୍ଷାକର୍ମୀଙ୍କୁ ନିୟୋଜିତ କରାଯାଇଛି ।

ସେହିପରି, ଏକ ହଜାର କ୍ୟାମେରା, ଆଂଟି-ଡ୍ରୋନ୍ ସିଷ୍ଟମ ଲଗାଯାଇଛି । ଛୋଟ ଛୋଟ ଡ୍ରୋନ୍ ସାହାଯ୍ୟରେ ଆକ୍ରମଣ ଆଶଙ୍କା ଥିବାରୁ ଏହାର ମୁକାବିଲା କରିବାକୁ ଡିଆରଡିଓ ପକ୍ଷରୁ ବିକଶିତ କାଉଂଟର ଡ୍ରୋନ ସିଷ୍ଟମକୁ ଲାଲକିଲ୍ଲା ନିକଟରେ ମୁତୟନ କରାଯାଇଛି । ପ୍ରଧାନମନ୍ତ୍ରୀ ଓ ଅନ୍ୟ ଭିଭିଆଇପି ଅତିଥିଙ୍କ ସୁରକ୍ଷା ପାଇଁ ସ୍ନାଇପର୍ସ, ସ୍ୱତନ୍ତ୍ର ସ୍ୱାଟ୍ କମାଣ୍ଡୋ ଓ ଶାର୍ପଶୁଟର ମୁତୟନ କରାଯାଇଛି ।