ଦେଶରେ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ୨୦ ହଜାର ଉପରେ

ଆଜି ମଧ୍ୟ ଦେଶରେ ଦୈନିକ କରୋନାଭାଇରସ୍‌ଜନିତ ନୂତନ

ନୂଆଦିଲ୍ଲୀ: ଆଜି ମଧ୍ୟ ଦେଶରେ ଦୈନିକ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ସଂଖ୍ୟାରେ ୨୦ ହଜାର ଉପରେ ରହିଛି। ଦେଶରେ ଦୈନିକ ପଜିଟିଭିଟି ହାର ୫.୧୨% ରେକର୍ଡ କରାଯାଇଥିବା ବେଳେ ସାପ୍ତାହିକ ପଜିଟିଭିଟି ହାର ୪.୮୨% ଥିବା କଥା ସ୍ବାସ୍ଥ୍ୟ ମନ୍ତ୍ରାଳୟ କହିଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶୁକ୍ରବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨୦,୪୦୯ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୩୨ମୃତ୍ୟୁ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୨୦,୪୦୯ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪, ୩୯,୭୯,୭୩୦ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ହୋଇଥିବା ୩୨ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୬,୨୫୮ରେ ପହଞ୍ଚିଛ।