୮୦୦ ତଳେ ଦେଶରେ ଦୈନିକ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା

ନୂଆଦିଲ୍ଲୀ: ଆଜି ଦେଶରେ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ୮୦୦ ତଳେ ଥିବା ବ‌େଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଇ ୯,୦୦୦ ତଳକୁ ଚାଲି ଆସିଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶନିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୭୮୨ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୭୮୨ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୯, ୮୫,୭୦୫ରେ ପହଞ୍ଚିଛି। ଗତ ୨୪ ‌ଘଣ୍ଟାରେ ୬ଟି ମୃତ୍ୟୁ ରିପୋର୍ଟ କରାଯିବା ଫଳରେ ଦେଶରେ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୩୧,୮୨୪କୁ ବୃଦ୍ଧି ପାଇଛି।