ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,(ଏସ୍ ନ୍ୟୁଜ‌): ଆଜି ଦେଶରେ ପାଳନ ହେଉଛି ୭୨ ତମ ସାଧାରଣତନ୍ତ୍ର ଦିବସ । ଦିଲ୍ଲୀ ରାଜପଥରେ ଅନୁଷ୍ଠିତ ହେବ ଐତିହାସିକ ପରେଡ । କୋଭିଡକୁ ଦୃଷ୍ଟିରେ ରଖି ଦିଲ୍ଲୀ ସମେତ ସାରା ଦେଶରେ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି । ଏହି ଅବସରରେ ଟ୍ୱିଟ୍ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।ଦେଶବାସୀଙ୍କୁ ଗଣତନ୍ତ୍ର ଦିବସର ହାର୍ଦ୍ଦିକ ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ।