ଗୁଜରାଟରେ କାନ୍ଥ ପଡ଼ି ଜୀବନ ହାନି ଘଟଣାରେ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ

ଗୁଜରାଟର ମେହସଣା ଜିଲ୍ଲାରେ କାନ୍ଥ ପଡ଼ି ଜୀବନ ହାନି ଘଟଣାରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗଭୀର ଦୁଃଖ ପ୍ରକାଶ କରିଛନ୍ତି ।

ଶ୍ରୀ ମୋଦୀ ମଧ୍ୟ ପ୍ରଧାନମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୨ ଲକ୍ଷ ଟଙ୍କା ଲେଖାଏ ଏବଂ ଆହତମାନଙ୍କୁ ୫୦ ହଜାର ଟଙ୍କା ଲେଖାଏ ସହାୟତା ଘୋଷଣା କରିଛନ୍ତି ।

ପ୍ରଧାନମନ୍ତ୍ରୀ ଏକ୍ସ ରେ ପୋଷ୍ଟ କରିଛନ୍ତି:

“ଗୁଜରାଟର ମେହସଣାରେ କାନ୍ଥ ପଡ଼ି ହୋଇଥିବା ଦୁର୍ଘଟଣା ଅତ୍ୟନ୍ତ ଦୁଃଖଦ । ଏହି ଘଟଣାରେ ଯେଉଁମାନେ ନିଜ ଲୋକଙ୍କୁ ହରାଇଛନ୍ତି ସେମାନଙ୍କ ପ୍ରତି ମୋର ଗଭୀର ସମବେଦନା । ଏହି କଷ୍ଟ ସହିବାକୁ ଭଗବାନ ସେମାନଙ୍କୁ ଶକ୍ତି ଦିଅନ୍ତୁ । ଏଥିସହ ଆହତଙ୍କ ଆଶୁ ଆରୋଗ୍ୟ କାମନା କରୁଛି । ରାଜ୍ୟ ସରକାରଙ୍କ ତଦାରଖରେ ସ୍ଥାନୀୟ ପ୍ରଶାସନ ପୀଡ଼ିତମାନଙ୍କୁ ଯଥାସମ୍ଭବ ସହାୟତା ପ୍ରଦାନ କରୁଛି ।@narendramodi ”

“ଗୁଜରାଟର ମେହସଣାରେ କାନ୍ଥପଡ଼ିବା ଘଟଣାରେ ପ୍ରତ୍ୟେକ ମୃତକଙ୍କ ନିକଟ ସମ୍ପର୍କୀୟଙ୍କୁ ପ୍ରାଧାନମନ୍ତ୍ରୀ ଜାତୀୟ ରିଲିଫ ପାଣ୍ଠିରୁ ୨ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ସହାୟତା ପ୍ରଦାନ କରାଯିବ । ଆହତମାନଙ୍କୁ ୫୦ ହଜାର ଟଙ୍କା ଲେଖାଏ ପ୍ରଦାନ କରାଯିବ ।”