ମହାରାଷ୍ଟ୍ରର ଧୁଲେରେ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଦୁଃଖ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମହାରାଷ୍ଟ୍ରର ଧୁଲେରେ ଏକ ଦୁର୍ଘଟଣା ଯୋଗୁଁ ପ୍ରାଣ ହରାଇଥିବା ଲୋକଙ୍କ ପାଇଁ ଦୁଃଖ ପ୍ରକାଶ କରିଛନ୍ତି । ପ୍ରଧାନମନ୍ତ୍ରୀ ପିଏମଏନଆରଏଫ୍‍ ରୁ ପ୍ରତ୍ୟେକ ମୃତକଙ୍କ ନିକଟ ସମ୍ପର୍କୀୟଙ୍କ ପାଇଁ ୨ ଲକ୍ଷ ଏବଂ ଆହତମାନଙ୍କ ପାଇଁ ୫୦,୦୦୦ ଟଙ୍କାର ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି ।

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ଟୁଇଟ୍‍ କରିଛି;

“ମହାରାଷ୍ଟ୍ରର ଧୁଲେରେ ଘଟିଥିବା ଦୁର୍ଘଟଣା ଦୁଃଖ ଦାୟକ । ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା । ଶୀଘ୍ର ସୁସ୍ଥ ହେବା ପାଇଁ ଆହତମାନଙ୍କ ପାଇଁ ପ୍ରାର୍ଥନା । ପିଏମଏନଆରଏଫ ରୁ ପ୍ରତ୍ୟେକ ମୃତକଙ୍କ ନିକଟ ସମ୍ପର୍କୀୟଙ୍କୁ ୨ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ରାଶି ଦିଆଯିବ । ଆହତମାନଙ୍କୁ ୫୦ ହଜାର ଟଙ୍କା କରି ପ୍ରଦାନ କରାଯିବ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ”