ମହାରାଷ୍ଟ୍ରର ବୁଲଧନାରେ ବସ୍ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଲୋକଙ୍କ ପାଇଁ ଦୁଃଖ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମହାରାଷ୍ଟ୍ରର ବୁଲଧନାରେ ଏକ ବସ୍ ଦୁର୍ଘଟଣା ଯୋଗୁଁ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଦୁଃଖ ପ୍ରକାଶ କରିଛନ୍ତି । ପ୍ରଧାନମନ୍ତ୍ରୀ ପିଏମଏନଆରଏଫ୍‍ରୁ ପ୍ରତ୍ୟେକ ମୃତକଙ୍କ ନିକଟ ସମ୍ପର୍କୀୟଙ୍କ ପାଇଁ ୨ ଲକ୍ଷ ଟଙ୍କା ଏବଂ ଆହତମାନଙ୍କ ପାଇଁ ୫୦,୦୦୦ ଟଙ୍କା କରି ଘୋଷଣା କରିଛନ୍ତି ।

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ଟୁଇଟ୍‍ କରିଛି;

“ମହାରାଷ୍ଟ୍ରର ବୁଲଧନାରେ ଘଟିଥିବା ଭୟଙ୍କର ବସ୍ ଦୁର୍ଘଟଣାରେ ଗଭୀର ଦୁଃଖିତ । ମୋର ଚିନ୍ତାଧାରା ଏବଂ ପ୍ରାର୍ଥନା ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପରିବାର ସହିତ ଅଛି । ଆହତମାନେ ଶୀଘ୍ର ସୁସ୍ଥ ହୁଅନ୍ତୁ । ପ୍ରଭାବିତ ଲୋକଙ୍କୁ ସ୍ଥାନୀୟ ପ୍ରଶାସନ ସମସ୍ତ ସମ୍ଭାବ୍ୟ ସହାୟତା ଯୋଗାଉଛି ।”

“ବୁଲଧନାର ବସ୍ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ନିକଟ ସମ୍ପର୍କୀୟଙ୍କୁ ପିଏମଏନଆରଏଫ୍‍ ରୁ ୨ ଲକ୍ଷ ଟଙ୍କା କରି ଦିଆଯିବ ଆହତମାନଙ୍କୁ ୫୦,୦୦୦ ଟଙ୍କା କରି ମିଳିବ ।”