୨୭ରେ ସମସ୍ତ ମୁଖ୍ୟମନ୍ତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ବୈଠକ

ଆସନ୍ତା ଏପ୍ରିଲ ୨୭ରେ ରାଜ୍ୟର ସମସ୍ତ ମୁଖ୍ୟମନ୍ତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀ : ଆସନ୍ତା ଏପ୍ରିଲ ୨୭ରେ ରାଜ୍ୟର ସମସ୍ତ ମୁଖ୍ୟମନ୍ତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ବୈଠକ କରିବେ ବୋଲି ଜଣାପଡିଛି । ଦେଶରେ ଏବେ କରୋନା ସଂକ୍ରମଣ ବଢୁଥିବା ଦେଖିବାକୁ ମିଳୁଛି । ସେହିପରି ଦିଲ୍ଲୀ ଏବଂ ଅନ୍ୟକ କେତେକ ରାଜ୍ୟ କୋଭିଡ ସ୍ଥିତି ଚିନ୍ତାଜନକ ରହିଛି । ଏହାକୁ ନେଇ ପ୍ରଧାନମନ୍ତ୍ରୀ ମୋଦି ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଆସନ୍ତା ଅପ୍ରେଲ ୨୭ରେ ଏକ ସମୀକ୍ଷା ବୈଠକ କରିବେ । ଏହି ବୈଠକରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ସମେତ ତାଙ୍କ କାର୍ଯ୍ୟାଳୟର ବରିଷ୍ଠ ଅଧିକାରୀ ସାମିଲ ହେବେ । ସେହିପରି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ, କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ମନସୁଖ ମାଣ୍ଡଭିୟ ଏବଂ ତାଙ୍କ ମନ୍ତ୍ରଣାଳୟର ଅଧିକାରୀ ମଧ୍ୟ ଏହି ସମୀକ୍ଷା ବୈଠକରେ ସାମିଲ ହେବେ ।

ସୂଚନା ମିଳିଛି ଯେ, ଏହି ସମୀକ୍ଷା ବୈଠକରେ ପ୍ରଧାନମନ୍ତ୍ରୀ ମୋଦି ବୁଷ୍ଟର ଡୋଜକୁ ମାଗଣାରେ ଦେବାପାଇଁ ରାଜ୍ୟଗୁଡିକୁ କହିପାରନ୍ତି । ସୂଚନାଯୋଗ୍ୟ ଯେ ଗତ ୨୪ଘଣ୍ଟା ମଧ୍ୟରେ ଦେଶରେ ଦୁଇ ଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ ଗତ ୨୪ ଘଣ୍ଟା ମଧ୍ୟରେ ୨୫୪୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।