ଭୂକମ୍ପରେ ଥରିଲା ଜାପାନ

ନୂଆଦିଲ୍ଲୀ: ଭୂକମ୍ପରେ ଥରିଲା ଜାପାନ ଜାପାନ । ଜାପାନର ରାଜଧାନୀ ଟୋକିଓ ଉପକୂଳ ନିକଟବର୍ତ୍ତୀ ଅଞ୍ଚଳରେ ଏହି ଭୟଙ୍କର ଭୂକମ୍ପ ଝଟକା ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୭.୩ ରହିଥିବା ରେକର୍ଡ କରାଯାଇଛି । ଭୂକମ୍ପ ତୀବ୍ରତା ଅଧିକ ଥିବାରୁ ରାଜଧାନୀ ଟୋକିଓର ଉତ୍ତର-ପୂର୍ବ ଉପକୂଳର କିଛି ସ୍ଥାନ ପାଇଁ ସୁନାମି ସତର୍କତା ଜାରି କରାଯାଇଛି । ଏହା ସହିତ ଟୋକିଓର ଉତ୍ତରପୂର୍ବ ଅଞ୍ଚଳର ପ୍ରାୟ ୨୦ ଲକ୍ଷ ଘର ଅନ୍ଧାରରେ ରହିଛି । ମିଳିଥିବା ସୂଚନା ଅନୁସାରେ, ଭୂକମ୍ପର କେନ୍ଦ୍ରସ୍ଥଳ ଟୋକିଓ ଫୁକୁସିମା ଅଞ୍ଚଳର ଉପକୂଳ ହୋଇଥିବାବେଳେ ଏହା ସମୁଦ୍ର ମଧ୍ୟରେ ପ୍ରାୟ ୬୦ କି.ମି ଗଭୀରତାରେ ସୃଷ୍ଟି ହୋଇଛି । ବର୍ତ୍ତମାନ କ୍ଷୟକ୍ଷତି ସମ୍ପର୍କରେ ସୂଚନା ମିଳିପାରି ନାହିଁ ।