ଭୟଙ୍କର ଅଗ୍ନିକାଣ୍ଡରେ ଜଳିଗଲା ରେଳ ଗୋଦାମ

ଦିଲ୍ଲୀର ସବଜି ମଣ୍ଡି ଥାନା ଅଞ୍ଚଳରେ ଥିବା ରେଲୱେ ତାର ଗୋଦାମରେ ଭୟାବହ…..

ନୂଆଦିଲ୍ଲୀ : ଉତ୍ତର ଦିଲ୍ଲୀର ସବଜି ମଣ୍ଡି ଥାନା ଅଞ୍ଚଳରେ ଥିବା ରେଲୱେ ତାର ଗୋଦାମରେ ଭୟାବହ ଅଗ୍ନିକାଣ୍ଡ । ଏହି ଘଟଣାରେ କେହି ମୃତାହତ ହୋଇ ନଥିବା ବେଳେ ନିଆଁ ଲାଗିବାର ପ୍ରକୃତ କାରଣ ଅସ୍ପଷ୍ଟ ରହିଛି । ତେବେ ଘଟଣାସ୍ଥଳରେ ଦମକଳ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛି । ସୂଚନା ଅନୁସାରେ ଉତ୍ତର ଦିଲ୍ଲୀର ସବଜି ମଣ୍ଡି ଥାନା ଅଞ୍ଚଳରେ ଥିବା ରେଲୱେ ତାର ଗୋଦାମରେ ନିଆଁ ଲାଗି ଯାଇଥିଲା । ଖବର ପାଇ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା । ଏହି ଅଗ୍ନିକାଣ୍ଡ ଏତେ ଭୟଙ୍କର ଥିଲା ଯେ, ୧୬ଟି ଦମକଳ ଗାଡି ନିଆଁ ଲିଭା କାର୍ଯ୍ୟରେ ନିୟୋଜିତ ହୋଇଥିଲେ । ତେବେ ଅଗ୍ନିକାଣ୍ଡର ପ୍ରକୃତ କାରଣ ଅସ୍ପଷ୍ଟ ଥିବା ବେଳେ ଏଥିରେ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡି ପାଉଁଶ ହୋଇଯାଇଛି । ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।