ପିକ୍‌‌ଅପ୍‌‌କୁ ଧକ୍କା ଦେଲା ଟ୍ରକ ; ୬ ମୃତ, ୨୫ ଆହତ

ରାୟପୁର : ଛତିଶଗଡର ବାଲୋଦରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ପିକଅପକୁ ଏକ ଟ୍ରକ ଧକ୍କା ଦେବାରୁ ଏହି ଦୁର୍ଘଟଣା ଘଟିଛି। ଏଥିରେ ଜଣେ ଶିଶୁ ଓ ପାଞ୍ଚ ଜଣ ମହିଳାଙ୍କ ମୃତ୍ୟୁ ହୋଇଥିବା ବେଳେ ପ୍ରାୟ ୨୫ ଜଣ ଆହତ ହୋଇଛନ୍ତି। ଆହତଙ୍କୁ ଉଦ୍ଧାର କରାଯାଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।
ସୂଚନାନୁଯାୟୀ,ପଲାରୀ ଥାନା ଅଞ୍ଚଳରେ ଗୋଡା ପୋଲ ନିକଟରେ ବିଳମ୍ବିତ ରାତିରେ ପିକଅପ ଗାଡିକୁ ଏକ ଟ୍ରକ ଧକ୍କା ଦେଇଛି। ଫଳରେ ୬ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨୫ ଜଣଙ୍କୁ ଉଦ୍ଧାର କରାଯାଇଥିଲା। ଖବର ପାଇ ପୁଲିସ ଘଟଣା ସ୍ଥଳରେ ପହଞ୍ଚିବା ସହ ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଇବା ସହ ତଦନ୍ତ ଆରମ୍ଭ କରିଛି।