ନୂଆଦିଲ୍ଲୀ : କେନ୍ଦ୍ର କ୍ୟାବିନେଟ୍ରେ କୃଷି ଆଇନ୍ ପ୍ରତ୍ୟାହାର ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି । ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିବା ଏହି ବୈଠକରେ ନିଷ୍ପତ୍ତି ହୋଇଛି । ବିବାଦୀୟ କୃଷି ଆଇନ୍ ପ୍ରତ୍ୟାହାର ପ୍ରସ୍ତାବକୁ ଲାଗିଛି କ୍ୟାବିନେଟ୍ର ମୋହର । ଏନେଇ କେନ୍ଦ୍ରମନ୍ତ୍ରୀ ଅନୁରାଗ ଠାକୁର ଏକ ପ୍ରେସ୍ମିଟ କରି ଏ ବିଷୟରେ ସୂଚନା ଦେଇଛନ୍ତି ।
ସୂଚନାଯୋଗ୍ୟ ଯେ, ଦେଶରେ ଏହି ତିନି କୃଷି ଆଇନ୍କୁ ନେଇ ବିରୋଧ ପ୍ରଦର୍ଶନ ଚାଲିଥିଲା । ଏପରିକି ଦିଲ୍ଲୀ ସୀମାରେ ଚାଷୀମାନେ ଧାରଣାରେ ବସିଥିଲେ । ଶେଷରେ ଏହି ବିବାଦୀୟ କୃଷି ଆଇନକୁ ପ୍ରତ୍ୟାହାର କରିବା ପାଇଁ ଘୋଷଣା କରିଥିଲେ ପ୍ରଧାନମନ୍ତ୍ରୀ ମୋଦି । ପ୍ରତ୍ୟାହାର ପ୍ରସ୍ତାବକୁ କେନ୍ଦ୍ର କ୍ୟାବିନେଟ୍ର ମଞ୍ଜୁରୀ ମିଳିଛି । ଏହାପରେ ସଂସଦର ଉଭୟ ଗୃହରେ ଏହି ପ୍ରସ୍ତାବକୁ ପାରିତ କରାଯିବ ।