ମହାମାରୀ ସମୟରେ ଗଣମାଧ୍ୟମକୁ ପ୍ରଶଂସା କଲେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ
ପରୀକ୍ଷାର ଘଡିରେ ସାମ୍ବାଦିକମାନେ ଆଶାନୁରୁପ କାର୍ଯ୍ୟ କରି ପ୍ରକୃତ ତଥ୍ୟ ଓ ସୂଚନା ପ୍ରଦାନ କରିଥିଲେ…
ନୂଆଦିଲ୍ଲୀ : ହିଲ ଇନ ଇଣ୍ଡିଆ ଓ ହିଲ ବାଏ ଇଣ୍ଡିଆ ପ୍ରୟାସ ମାଧ୍ୟମରେ ସ୍ୱାସ୍ଥ୍ୟ ସେବା ଯୋଗାଣରେ ବିଶ୍ୱରେ ନେତୃତ୍ୱ ଭୂମିକା ଗ୍ରହଣ କରିବାକୁ ପ୍ରସ୍ତୁତ ବୋଲି କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡକ୍ଟର ମନସୁଖ ମାଣ୍ଡବୀୟ କହିଛନ୍ତି । ପ୍ରାରମ୍ଭରେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ, କୋଭିଡ ମହାମାରୀ ସଂକ୍ରମଣ କାଳରେ ଗଣମାଧ୍ୟମ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିବାରୁ, ସେଥିପାଇଁ ଧନ୍ୟବାଦ ଜଣାଇଥିଲେ । ସେ କହିଥିଲେ ଯେ ଏଭଳି ଏକ ପରୀକ୍ଷାର ଘଡିରେ ସାମ୍ବାଦିକମାନେ ଆଶାନୁରୁପ କାର୍ଯ୍ୟ କରି ପ୍ରକୃତ ତଥ୍ୟ ଓ ସୂଚନା ପ୍ରଦାନ କରିଥିଲେ ।
କରୋନା ଯେଉଁ ବିଭ୍ରାନ୍ତିକାର ଖବର ଓ ଭୁଲ ତଥ୍ୟ ପ୍ରଚାରିତ ହେଉଥିଲା ତାହାକୁ ନିର୍ଭୁଲ ତଥ୍ୟ ଭିତ୍ତିକ ଖବର ଦେଇ ସେମାନେ ଏହାର ପ୍ରତିହତ କରିଥିଲେ । ଏହା ଫଳରେ କରୋନା ଘେନି ରହିଥିବା ଭ୍ରାନ୍ତି, କାଳ୍ପନିକ କଥା ଓ ଭୟ ଦୂର ହୋଇଥିଲା ବୋଲି ସେ କହିଥିଲେ ।