ଅଣବିଜେପି ନେତାଙ୍କୁ ଚିଠି ଲେଖିଲେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ

ବୈଠକରେ ସାମିଲ ହେବା ଲାଗି ଅଣବିଜେପି ମୁଖ୍ୟମନ୍ତ୍ରୀ ଓ ନେତାଙ୍କୁ ଚିଠି ଲେଖିଛନ୍ତି…

ନୂଆଦିଲ୍ଲୀ: ରାଷ୍ଟ୍ରପତି ନିର୍ବାଚନକୁ ଦୃଷ୍ଟିରେ ରଖି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ ଅଭିଯାନ ଆରମ୍ଭ କରିଛନ୍ତି । କ୍ଷମତାଧାରୀ ବିଜେପିକୁ ଟାର୍ଗେଟ କରିବା ପାଇଁ ମମତା ଜୁନ୍‌ ୧୫ରେ ଦିଲ୍ଲୀର କନଷ୍ଟିଚ୍ୟୁସନ କ୍ଲବରେ ସଂଯୁକ୍ତ ବୈଠକରେ ସାମିଲ ହେବା ଲାଗି ଅଣବିଜେପି ମୁଖ୍ୟମନ୍ତ୍ରୀ ଓ ନେତାଙ୍କୁ ଚିଠି ଲେଖିଛନ୍ତି । ଏଥିରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ, କେରଳ ମୁଖ୍ୟମନ୍ତ୍ରୀ ପିନରାଇ ବିଜୟନ, ଓଡିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ ଚନ୍ଦ୍ରଶେଖର ରାଓ, ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମକେ ଷ୍ଟାଲିନ, ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ, ଝାଡଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଓ କଂଗ୍ରେସ ମହାସଚିବ ସୋନିଆ ଗାନ୍ଧୀଙ୍କ ସମେତ ୨୨ ନେତା ସାମିଲ ରହିଛନ୍ତି ।