ଆତ୍ମନିର୍ଭର ଭାରତ ନିର୍ମାଣ କରିବାକୁ ହେଲେ ଆମକୁ କୃଷି କ୍ଷେତ୍ରରେ ଆତ୍ମନିର୍ଭରଶୀଳ ହେବାକୁ ପଡ଼ିବ : କେନ୍ଦ୍ର ମନ୍ତ୍ରୀ କୈଳାସ ଚୌଧୁରୀ

ନୂଆଦିଲ୍ଲୀ: ଭାରତ ସରକାରଙ୍କ କୃଷି ଏବଂ କୃଷକ କଲ୍ୟାଣ ମନ୍ତ୍ରଣାଳୟ ଅଧୀନ ଭାରତୀୟ କୃଷି ଗବେଷଣା ପରିଷଦ (ଆଇସିଏଆର)ର ଆଞ୍ଚଳିକ କମିଟି-୨ର ୨୬ତମ ବୈଠକ ଅନୁଷ୍ଠିତ ହୋଇଯାଇଛି । କଟକସ୍ଥିତ ଆଇସିଏଆର-ଜାତୀୟ ଧାନ ଗବେଷଣା ପ୍ରତିଷ୍ଠାନ ଠାରେ ଶୁକ୍ରବାର ଅନୁଷ୍ଠିତ ଏହି ବୈଠକରେ ପଶ୍ଚିମବଙ୍ଗ, ଓଡ଼ିଶା, ତେଲଙ୍ଗାନା, ଆନ୍ଧ୍ରପ୍ରଦେଶ ଏବଂ କେନ୍ଦ୍ର ଶାସିତ ପ୍ରଦେଶ ଆଣ୍ଡାମାନ ଓ ନିକୋବାର ଦ୍ବୀପସମୂହର ପ୍ରତିନିଧିମାନେ ଅଂଶଗ୍ରହଣ କରିଥିଲେ ।