ନୂଆଦିଲ୍ଲୀ: ଆଜି ଦେଶରେ ଦୈନିକ କୋଭିଡ୍-୧୯ ସଂକ୍ରମଣ ସାମାନ୍ୟ ହ୍ରାସ ପାଇ ୧୩୦୦ ତଳକୁ ଚାଲି ଆସିଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ଆହୁରି ହ୍ରାସ ପାଇ ୧୬୦୦ ତଳେ ରହିଥିବା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶୁକ୍ରବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧,୨୧୬ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୧୮ ଜଣଙ୍କର ମୃତ୍ୟୁ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୧,୨୧୬ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୬,୫୮,୩୬୫ରେ ପହଞ୍ଚିଛି।