ଦୁଇଟି ଟ୍ରକ ମୁହାଁମୁହିଁ ଧକ୍କା, ୧୧ ମୃତ

ଅହମଦାବାଦ: ଦୁଇଟି ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ୧୧ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୫ ଜଣ ଗୁରୁତର ଆହତ ହୋଇଛନ୍ତି। ଗୁଜୁରାଟର ବଡ଼ୋଦରା କ୍ରସିଂ ରାଜପଥରେ ଦୁଇଟି ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା ହେବ ଫଳରେ ଆଜି ସକାଳେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଆହତମାନଙ୍କୁ ଚିକିତ୍ସା ପାଇଁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ଏହି ଦୁଇଟି ଟ୍ରକରେ ପାଖାପାଖି ୨୦ ଜଣ ଥିବାବେଳେ ୯ ଜଣଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଯାଇଥିଲା | ଅନ୍ୟ ୨ ଜଣଙ୍କର ଡାକ୍ତରଖାନାରେ ମୃତ୍ୟୁ ହୋଇଯାଇଥିଲା । ତେବେ ୧୫ ଜଣଙ୍କର ଅବସ୍ଥା ଗୁରୁତର ଥିବାରୁ ମୃତ୍ୟୁ ସଂଖ୍ୟା ବଢିପାରେ ବୋଲି କୁହାଯାଉଛି । ଆଜି ଭୋରରେ ହୋଇଥିବା ଏହି ଦୁର୍ଘଟଣା ଖବର ପାଇବା ପରେ ସ୍ଥାନୀୟ ଲୋକ ଓ ପୁଲିସ ଘଟଣାସ୍ଥଳରେ ପହଂଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ ।

ଏହି ଘଟଣାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୋକ ବ୍ୟକ୍ତ କରିଛନ୍ତି । ଏହି ଦୁର୍ଘଟଣାକୁ ନେଇ ମୁଁ ଅତ୍ୟନ୍ତ ମର୍ମାହତ ଏବଂ ଆହତ ମାନଙ୍କ ଆଶୁ ଆରୋଗ୍ୟ କାମନା କରୁଛି । ସ୍ଥାନୀୟ ପ୍ରଶାସନ ପକ୍ଷରୁ ଉଦ୍ଧାର କାର୍ଯ୍ୟ ଏବଂ ସମସ୍ତ ସହାୟତାର ବ୍ୟବସ୍ଥା କରିଛନ୍ତି ବୋଲି ମୋଦି ଟ୍ୱିଟ କରିଛନ୍ତି ।