ଟ୍ରକ-ଅଟୋ ଧକ୍କା: ୫ ମୃତ

ତେଲେଙ୍ଗାନା କାମାରେଡ୍ଡୀ ଜିଲ୍ଲାରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ….

ତେଲେଙ୍ଗାନା : ତେଲେଙ୍ଗାନା କାମାରେଡ୍ଡୀ ଜିଲ୍ଲାରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ୫ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୨୧ ଜଣ ଆହତ ହୋଇଛନ୍ତି । ସୂଚନା ଅନୁସାରେ ଏକ ଟ୍ରକ ଟ୍ରଲି ଅଟୋକୁ ଧକ୍କା ଦେବାରୁ ୫ ଜଣଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଥିଲା । ଆହତଙ୍କୁ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ସମସ୍ତ ଆହତଙ୍କୁ ଉଦ୍ଧାର କରାଯାଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ମିଳିଥିବା ସୂଚନା ଅନୁସାରେ ଆହତଙ୍କ ମଧ୍ୟରେ କିଛି ଗୁରୁତର ମଧ୍ୟ ରହିଛନ୍ତି ।